
ଭୁବନେଶ୍ୱର, ୨୮ ଅକ୍ଟୋବର (ହି.ସ)- ବାତ୍ୟା ମୋନ୍ଥା ପାଇଁ ଭୟ ନକରି ସଜାଗ ରହିବାକୁ ବାର୍ତା ଦେଇଛନ୍ତି
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ବାତ୍ୟା 'ମୋନ୍ଥା'ର ଲ୍ୟାଣ୍ଡଫଲ୍ ପୂର୍ବରୁ ଓଡ଼ିଶାବାସୀଙ୍କ ମନୋବଳ ବଢ଼ାଇବା ପାଇଁ ନବୀନ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ବାର୍ତା ଜାରି କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ, ଆପଣ ଜାଣନ୍ତି ବାତ୍ୟା 'ମୋନ୍ଥା' ଆସୁଛି। ଆଗରୁ ଆମେ ଅନେକ ବାତ୍ୟାର ସଫଳ ମୁକାବିଲା କରିଛେ। ତେଣୁ ଭୟ କରନ୍ତୁ ନାହିଁ। ସତର୍କ ରୁହନ୍ତୁ। ପ୍ରଶାସନକୁ ପୁରା ସହଯୋଗ କରନ୍ତୁ। ବିଜେଡିର ଭାଇ ଭଉଣୀମାନଙ୍କୁ ମୋର ଅନୁରୋଧ ଯେ, ସେମାନେ ଏ ବିପଦ ସମୟରେ ଲୋକଙ୍କ ସହ ରୁହନ୍ତୁ। ଲୋକଙ୍କୁ ସହାୟତା ଯୋଗାଇ ଦିଅନ୍ତୁ। ଆମେ ସବୁବେଳେ ସମସ୍ତେ ଏକାଠି ମିଶି ବିଭିନ୍ନ ବିପର୍ଯ୍ୟୟର ମୁକାବିଲା କରି ଆସୁଛେ। ଏଥର ମଧ୍ୟ ଏକାଠି ହୋଇ ବାତ୍ୟାର ମୁକାବିଲା କରିବା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା