
ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି., ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୫ରୁ ୪୫ କି.ମି., ଏହାର ଝଟ୍କା ସର୍ବାଧିକ ୫୫ କି.ମି. ଏବଂ ଆଉ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୫ରୁ ୫୫ କି.ମି., ଏହାର ଝଟ୍କା ସର୍ବାଧିକ ୬୫ କି.ମି. ରହିପାରେ ।
ସେହିପରି ୩୦ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୧ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ନଭେମ୍ବର ୧ ତାରିଖ ଠାରୁ ୪ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ