
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ବୀର ଶହୀଦ
ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୀର ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ। ତାଙ୍କର ଅତୁଳନୀୟ
ବଳିଦାନ ସର୍ବଦା ଓଡ଼ିଶା ତଥା ସମଗ୍ର ଦେଶ ପାଇଁ ଗୌରବ ଓ ପ୍ରେରଣାର ଉତ୍ସ ହୋଇ ରହିବ। ଜୟୀ
ରାଜଗୁରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ଶ୍ରେଷ୍ଠ ଓଡ଼ିଶା ଗଠନ ପାଇଁ ଆସନ୍ତୁ ସଂକଳ୍ପବଦ୍ଧ
ହେବା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା