
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ମୋନ୍ଥା
ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆଜି ପାଇଁ ୫
ଜିଲ୍ଲାକୁ ରେଡ୍, ୪
ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଜାରି କରାଯାଇଥିବା ବେଳେ ଗଜପତି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟର
ଅବଶିଷ୍ଟ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା