ପରିସ୍ଥିତି ଉପରେ ନଜର ରଖିବା ସହ ଆବଶ୍ୟକ ପଦକ୍ଷେପ ନେବାପାଇଁ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗଜପତି ପଠାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 3 ଅକ୍ଟୋବର (ହି.ସ.)ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲା ଗୁଡ଼ିକରେ ଲଗାଣ ବର୍ଷା ଲାଗିରହିଛି। ଏହି ବର୍ଷାରେ ଗଜପତି ଜିଲ୍ଲାରେ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳ ମଗ୍ନ ହେବାର ଆଶଙ୍କା ଦେଖା ଦେଇଛି ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଜପତି ଜିଲ୍ଲା ପରିସ୍ଥିତି ଉପରେ ନଜର ରଖିବା ସହିତ ସ୍ଥିତି ପରଖିବା ଓ ସହାୟତା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଜେନା ଙ୍କୁ ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାକୁ ପଠାଇଛନ୍ତି ।
ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାପାଳଙ୍କ ସହିତ କଥା ହୋଇ ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି । ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଯୋଗ୍ୟ ଯେ ଜିଲ୍ଲାର ଅନେକ ସ୍ଥାନରେ ପାହାଡରୁ ମାଟି ଖସି ଯାତାୟତ ବାଧାପ୍ରାପ୍ତ ହୋଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ