ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩ ଅକ୍ଟୋବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ବରଗ
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩ ଅକ୍ଟୋବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେ.ମି, ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି, ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୪ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (ନୂଆପଡ଼ା, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖ ଠାରୁ ୯ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande