



ସୁବର୍ଣ୍ଣପୁର, 30 ଅକ୍ଟୋବର (ହି.ସ.) ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ବିଶ୍ଵ ମିତବ୍ୟୟିତା ଦିବସ ପାଳିତ ହୋଇଛି। ଏହି ମିତବ୍ୟୟିତ ଦିବସ ପାଳନ ଅବସରରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼ ନୃପରାଜ ସାହୁଙ୍କ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ସ୍ଥଳେ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର ଶ୍ରୀ ନାରାୟଣ ନାଏକ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଲିନା ପ୍ରଧାନ, ଅଧିକ୍ଷକ, ଡାକ ବିଭାଗ, ବଲାଙ୍ଗିର, ଶ୍ରୀ ସଞ୍ଜୟ କୁମାର ବିଶ୍ବାଳ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ଏତଦବ୍ୟତୀତ ଜିଲ୍ଲାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ବୃନ୍ଦ, ବିଭିନ୍ନ ସ୍ୱଳ୍ପ ସଞ୍ଚୟ ଯୋଜନାର ଏଜେଣ୍ଟ ବୃନ୍ଦ, ସୁବର୍ଣ୍ଣପୁର ଜିଲ୍ଲା କେତେକ ଜନସାଧାରଣ, ବୁଦ୍ଧିଜୀବି ଓ ବିଭିନ୍ନ ବିଦ୍ୟାଳୟ ମାନଙ୍କର ଛାତ୍ରଛାତ୍ରୀମାନେ ଯୋଗଦାନ କରିଥିଲେ। ମୁଖ୍ୟ ଅତିଥି ଓ ଅନ୍ୟ ସମ୍ମାନିତ ଅତିଥିମାନେ ମିତବ୍ୟୟିତା ଉପରେ ଜନସାଧାରଣ ଙ୍କୁ ଅବଗତ କରିଥିଲେ ।ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ, ସୁବର୍ଣ୍ଣପୁର, ଶ୍ରୀ ମଙ୍ଗଳ ପ୍ରଧାନ ଏହି ଅବସରରେ ଡାକ ନିରୀକ୍ଷକ, ସୁବର୍ଣ୍ଣପୁର ଡାକ ବିଭାଗର ବିଭିନ୍ନ ସ୍ୱଳ୍ପ ସଞ୍ଚୟ ଯୋଜନା ବିଷୟରେ ଉପସ୍ଥିତ ସମସ୍ତଙ୍କୁ ଅବଗତ କରାଇଥିଲେ । ଏହି ଦିବସ ପାଳନ ଅବସରରେ ବିଦ୍ୟାଳୟ ସ୍ତରରେ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା।ସେଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଓ ଅନ୍ୟ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯାଇଥିଲା। ଶ୍ରୀ ଧ୍ରୁବରାଜ ମିଶ୍ର ସଭା ସଂଯୋଜନା କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ