ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୦ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ସମସ୍ତ ୩୦ ଜି
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୦ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

୩୧ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ନଭେମ୍ବର ୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ନଭେମ୍ବର ୨, ୩, ୪ ଓ ୫ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande