ଶଙ୍କର୍ଷଣ ପରିଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ଶଙ୍କର୍ଷଣ ପରିଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତା ତଥା ସୁସାହିତ୍ୟିକ ଶଙ୍କର୍ଷଣ ପରିଡାଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର
ଶଙ୍କର୍ଷଣ ପରିଡାଙ୍କ ବିୟୋଗରେ     ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ଶଙ୍କର୍ଷଣ

ପରିଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତା ତଥା ସୁସାହିତ୍ୟିକ ଶଙ୍କର୍ଷଣ ପରିଡାଙ୍କ

ବିୟୋଗ ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ ଓ ମର୍ମାହତ। ତାଙ୍କର ଦେହାନ୍ତ ଓଡ଼ିଶା ରାଜନୀତି ଓ

ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।

ତାଙ୍କର ଆଦର୍ଶ, କର୍ତ୍ତବ୍ୟନିଷ୍ଠା ଓ ସମାଜ ପ୍ରତି ଥିବା ଉତ୍ସର୍ଗୀକୃତ ଭାବନା ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ।

​ଏହି ଦୁଃଖଦ ସମୟରେ, ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କ ଅମର ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ

କାମନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande