ପବିତ୍ର ଅଁଳା ନବମୀରେ ଶ୍ରୀରାଧାଙ୍କ ପାଦ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭୀଡ
ସାକ୍ଷିଗୋପାଳ, ୩୧ ଅକ୍ଟୋବର (ହି.ସ.)- ପବିତ୍ର କାର୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥି ତଥା ଅଁଳା ନବମୀରେ ରାଜ୍ୟର ଅନ୍ୟତମ ପ୍ରମୁଖ ବୈଷ୍ଣବ କ୍ଷେତ୍ର ପୁରୀ ଜିଲ୍ଲାର ସାକ୍ଷିଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ଅନୁଷ୍ଠିତ ହୋଇଛି । ଏହି ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁ ପହଂଚିଛନ୍ତି । ଏ
ସାକୀ ଗୋପାଳ  ମନ୍ଦିର


ସାକ୍ଷିଗୋପାଳ, ୩୧ ଅକ୍ଟୋବର (ହି.ସ.)- ପବିତ୍ର କାର୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥି ତଥା ଅଁଳା ନବମୀରେ ରାଜ୍ୟର ଅନ୍ୟତମ ପ୍ରମୁଖ ବୈଷ୍ଣବ କ୍ଷେତ୍ର ପୁରୀ ଜିଲ୍ଲାର ସାକ୍ଷିଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ଅନୁଷ୍ଠିତ ହୋଇଛି । ଏହି ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁ ପହଂଚିଛନ୍ତି ।

ଏହି ପବିତ୍ର ତିଥିରେ ଭକ୍ତମାନେ ଶ୍ରୀକୃଷ୍ଣଙ୍କ ନଟବର ବେଶ ଓ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶ ଦର୍ଶନ କରିବା ସହ ମା’ ଙ୍କ ପାଦଦର୍ଶନର ସୁଯୋଗ ପାଇଛନ୍ତି । ଏହି ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ସିଂହଦ୍ୱାର ସମ୍ମୁଖରେ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଥିଲା । ଭୋର୍ ୫ଟା ଠାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା । ଭକ୍ତ ମାନେ ବ୍ୟାରିକେଡ୍ ଦେଇ ଯାଇ ସିଂହଦ୍ୱାରରେ ପ୍ରବେଶ ପୂର୍ବକ ଦର୍ଶନ ଓ ବେଢ଼ା ପରିକ୍ରମା କରି ଉତର ଦ୍ୱାରରେ ପ୍ରସ୍ଥାନ କରିଥିଲେ । ସେହିପରି ଭିଆଇପି ପାସ୍ ଧାରୀ ମାନେ ଦକ୍ଷିଣ ଦ୍ୱାରରେ ପ୍ରବେଶ ପୂର୍ବକ ଦର୍ଶନ ଓ ବେଢ଼ା ପରିକ୍ରମା କରି ଉତର ଦ୍ୱାରରେ ପ୍ରସ୍ଥାନ କରିଥିଲେ । ଏହି ପବିତ୍ର ତିଥିରେ ଶ୍ରୀକୃଷ୍ଣଙ୍କ ନଟବର ବେଶ ଓ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

ପୋଲିସ ପକ୍ଷରୁ କୁହା ଯାଇଛି ଯେ ଭକ୍ତମାନେ କିପରି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ସେନେଇ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା । ଭକ୍ତଙ୍କ ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାରିକେଡ୍ ଏବଂ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ମନ୍ଦିର ଭିତରେ ଓ ବାହାରେ ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଥିଲେ । ୩ ଜଣ ଅତିରିକ୍ତ ଏସପି, ୧୧ ଜଣ ଡିଏସପି, ୧୬ ଜଣ ଆଇଆଇସି, ୭୦ ଜଣ ଏସଆଇ ଓ ଏଏସଆଇ, ୨୫୦ ଜଣ ହୋମଗାର୍ଡ଼ ଓ କ୍ୟୁକ୍ ଆକ୍ସନ ଟିମ୍ ମୁତୟନ ହୋଇଥିଲେ ।

ହିନ୍ଦୁସ୍ଥାନ ସମାଚାର/ପ୍ରଦୀପ୍ତ

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande