କଂଗ୍ରେସ ପକ୍ଷରୁ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଓ ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଏବଂ ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍
କଂଗ୍ରେସ ପକ୍ଷରୁ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଓ ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳିତ


ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଏବଂ ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ସ୍ୱର୍ଗତା ଇନ୍ଦିରା ଗାନ୍ଧୀ ଓ ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ଇନ୍ଦିରା ଗାନ୍ଧୀ ପାର୍କ ସ୍ଥିତ ଇନ୍ଦିରାଜୀଙ୍କ ପ୍ରତିମୂର୍ତ୍ତିରେ ପିସିସି ପକ୍ଷରୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା । ଆଜିର ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ସର୍ବଶ୍ରୀ ଶିବାନନ୍ଦ ରାୟ, ସମୀର କୁମାର ରାଉତରାୟ, ସୁରେଶ କୁମାର ରାଉତରାୟ, ପ୍ରକାଶ ଜେନା, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ, ଜୟଶ୍ରୀ ପଟ୍ଟନାୟକ, ପୃଥିବୀ ବଲ୍ଲଭ ପଟ୍ଟନାୟକ ପ୍ରମୁଖ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande