ସାମାଜିକ ସୁରକ୍ଷା ବିଭାଗରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଓ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶପଥ ପାଠ
ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ)- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଓ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଶୁକ୍ରବାର ଶପଥ ପାଠ କରାଯାଇଛି । ବିଭାଗର ସମ୍ମିଳନୀ କକ୍ଷରେ ନିର୍ଦ୍ଦେଶିକା ସୁଶ୍ରୀ ପାରୁଲ ପଟାୱରି ବିଭାଗୀୟ ଅଧିକାରୀ ଓ
ସାମାଜିକ ସୁରକ୍ଷା ବିଭାଗରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଓ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶପଥ ପାଠ


ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ)- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଓ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଶୁକ୍ରବାର ଶପଥ ପାଠ କରାଯାଇଛି । ବିଭାଗର ସମ୍ମିଳନୀ କକ୍ଷରେ ନିର୍ଦ୍ଦେଶିକା ସୁଶ୍ରୀ ପାରୁଲ ପଟାୱରି ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଦୂରଦୃଷ୍ଟି ଓ କାର୍ଯ୍ୟ ଦେଶର ଏକତା ଅକ୍ଷୁଣ୍ଣ ରଖିବାରେ ସହାୟକ ହୋଇଥିଲା । ପ୍ରତ୍ୟେକ ନାଗରିକ ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜ ନିଜ କ୍ଷେତ୍ରରେ ଉଦ୍ୟମ ଜାରି ରଖିବାର ଆବଶ୍ୟକତା ରହିଛି ବୋଲି ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ । ପ୍ରତ୍ୟେକ ନାଗରିକ ଜୀବନର ସମସ୍ତ କ୍ଷେତ୍ରରେ ସର୍ବଦା ସାଧୁତା ଓ ସଚ୍ଚୋଟତାର ସର୍ବୋଚ୍ଚ ମାନକକୁ ଅନୁସରଣ କରିବା ସହିତ ଦୁର୍ନୀତି ବିରୋଧରେ ସଂଗ୍ରାମକୁ ସମର୍ଥନ କରିବା ଉଚିତ ବୋଲି ଉଲ୍ଲେଖ କରି ନିର୍ଦ୍ଦେଶକ ସୁଶ୍ରୀ ପଟାୱରି ଉପସ୍ଥିତ କର୍ମଚାରୀଙ୍କୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରାଇଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande