କାଲିଠୁ ବିଦେଶ ଗସ୍ତରେ ଯିବେ ବାଚସ୍ପତି
୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟ ଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବେ ଭୁବନେଶ୍ୱର , ୦୪ ଅକ୍ଟୋବର (ହି.ସ.) - ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟ ଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବେ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ । ଏଥିପାଇଁ ବାଚସ୍ପତି
କାଲିଠୁ ବିଦେଶ ଗସ୍ତରେ ଯିବେ ବାଚସ୍ପତି


୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟ ଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବେ

ଭୁବନେଶ୍ୱର , ୦୪ ଅକ୍ଟୋବର (ହି.ସ.) - ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟ ଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବେ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ । ଏଥିପାଇଁ ବାଚସ୍ପତି ଅକ୍ଟୋବର ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ। ରାଜ୍ୟ ଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବା ବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବ ବୃହତମ ଦେଶ । ଏ ନେଇ ବିଧାନସଭାରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଲୋକସଭାର ବାଚସ୍ପତି ଶ୍ରୀ ଓମ୍ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ, ପାର୍ଲାମେଂଟ ସଦସ୍ୟ, ୨୨ଟି ରାଜ୍ୟର ବାଚସ୍ପତି, ଉପବାଚସ୍ପତି ଓ ସଚିବ ଏହି ସମ୍ମିଳନୀରେ ଯୋଗ ଦେବେ । ଓଡ଼ିଶାରୁ ବାଚସ୍ପତି ସୁରମା ପାଢ଼ୀ ଏହି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବାଚସ୍ପତି ଅକ୍ଟୋବର ୫ ତାରିଖ ଦିନ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରି ଲଣ୍ଡନ ଦେଇ ଅକ୍ଟୋବର ୬ ତାରିଖ ଦିନ ବାର୍ବାଡୋସ୍ ରେ ପହଂଚିବେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande