ଜଗତସିଂହପୁରର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 04 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜଗତସିଂହପୁରର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ନିଜର ଶୋକ ବାର୍ତାରେ ଲେଖିଛନ୍ତି, ଜଗତସିଂହପୁରର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ଦେହାନ୍ତ ବିଷୟରେ ଜ
ଜଗତସିଂହପୁରର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 04 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜଗତସିଂହପୁରର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ନିଜର ଶୋକ ବାର୍ତାରେ ଲେଖିଛନ୍ତି, ଜଗତସିଂହପୁରର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande