ବନ୍ଦ ହେଲା ୩ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୩ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୪ ଅକ୍ଟୋବର (ହି.ସ.)- ଶନିବାର ଦିନ ୧୨ଟା ସୁଦ୍ଧା ୬ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ବେଳେ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ୩ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଅପରାହ୍ନ ୩ଟା ସୁଦ୍ଧା ମୋଟ୍ ୩ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୪ ଅକ୍ଟୋବର (ହି.ସ.)- ଶନିବାର ଦିନ ୧୨ଟା ସୁଦ୍ଧା ୬ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ବେଳେ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ୩ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଅପରାହ୍ନ ୩ଟା ସୁଦ୍ଧା ମୋଟ୍ ୩ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୨ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୧ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଅପରାହ୍ନ ୩ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୮.୦୦ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୭ ହଜାର ୯୬୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୮୮ ହଜାର ୮୨ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୭.୪୭ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୩.୯୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande