ଭୁବନେଶ୍ୱର, ୪ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଖୋର୍ଦ୍ଧା ଜିଲ୍ଲାର ଖୋର୍ଦ୍ଧା (ପିଟିଓ)ରେ ସର୍ବାଧିକ ୯୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦୁଝର ଜିଲ୍ଲାର ସ୍ୱାମପାଟଣାରେ ୫୪.୦ ମି.ମି., ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ୪୧.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ୪୦.୦ ମି.ମି., ଚନ୍ଦୁଆରେ ୩୫.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୩୫.୦ ମି.ମି., କନ୍ଧମାଳ ଜିଲ୍ଲାର ଚକାପାଦରେ ୩୫.୦ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୩୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁକୃଳିରେ ୩୧.୦ ମି.ମି., କେନ୍ଦୁଝର ଜିଲ୍ଲାର ଝୁମ୍ପୁରାରେ ୩୦.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୩୦.୬ ମି.ମି., ଜି.ବି. ନଗରରେ ୩୦.୦ ମି.ମି. ଏବଂ ବାଲେଶ୍ୱର ଜିଲ୍ଲାର ଜଇପୁରରେ ୨୮.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ