ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୪ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୪ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande