ଭୁବନେଶ୍ୱର, 4 ଅକ୍ଟୋବର (ହି.ସ.)- ନୂଆଦିଲ୍ଲୀରେ ଜେପି ନଡ୍ଡାଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
। ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ ଆମ ଦଳର
ମାନନୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜେପି
ନଡ୍ଡାଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର ସୁଯୋଗ ପ୍ରାପ୍ତ ହେଲା ।
ଏହି ସାକ୍ଷାତକାର ସମୟରେ ବିଭିନ୍ନ ସାଙ୍ଗଠନିକ ବିଷୟ, ରାଜନୈତିକ ପରିସ୍ଥିତି ଓ
ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । ନଡ୍ଡା ଜୀଙ୍କ
ଦୃଷ୍ଟିଭଙ୍ଗୀ ଓ ପରାମର୍ଶ ଆମକୁ ଆଗାମୀ ଦିନରେ ଅଧିକ ସକ୍ରିୟ ଭାବରେ କାର୍ଯ୍ୟ କରିବା ପାଇଁ
ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା