ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୪୨.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୫ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୪୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମାଲକାନଗିରି ଜିଲ୍ଲାର ପଡ଼ିଆରେ ୩୮.୦ ମି.ମି., ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୪୨.୨ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୫ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୪୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମାଲକାନଗିରି ଜିଲ୍ଲାର ପଡ଼ିଆରେ ୩୮.୦ ମି.ମି., ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ୩୪.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୩୦.୨ ମି.ମି., କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ରେ ୨୯.୬ ମି.ମି., କଟକ ଜିଲ୍ଲାର ନିଆଳିରେ ୨୮.୦ ମି.ମି., ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦରେ ୨୭.୪ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୨୭.୦ ମି.ମି., ବଲାଙ୍ଗିର ଜିଲ୍ଲାର ବଲାଙ୍ଗିରରେ ୨୫.୦ ମି.ମି., ଯାଜପୁର ଜିଲ୍ଲାର ଯାଜପୁର(ପିଟିଓ)ରେ ୨୪.୨ ମି.ମି., କଟକ ଜିଲ୍ଲାର କଂଟାପଡ଼ାରେ ୨୨.୦ ମି.ମି., ପୁରୀ ଜିଲ୍ଲାର ପୁରୀରେ ୨୧.୨ ମି.ମି. ଏବଂ କଳାହାଣ୍ଡି ଜିଲ୍ଲାର କୋକସରାରେ ୨୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande