ଶହୀଦ ବାଜି ରାଉତଙ୍କ ଜୟନ୍ତୀ ପାଳିତ
ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି ଭୁବନେଶ୍ୱର ୫ ଅକ୍ଟୋବର (ହି.ସ.) ଇଂରେଜ ସରକାରଙ୍କ ରାଜତ୍ୱ କାଳରେ ଭାରତବର୍ଷର ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାଧାରଣ ପ୍ରଜାମାନେ ବିଭିନ୍ନ ଭାବରେ ଶୋଷଣ ଓ ଅତ୍ୟାଚାରରେ ଜର୍ଜରିତ ହେଉଥିଲେ । ସେତେବେଳେ ଇଂରେଜ ସରକାର ତାଙ୍କର ଶାସନ ପ୍ରଣାଳୀକୁ
ଶହୀଦ ବାଜି ରାଉତଙ୍କ ଜୟନ୍ତୀ ପାଳିତ


ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି

ଭୁବନେଶ୍ୱର ୫ ଅକ୍ଟୋବର (ହି.ସ.) ଇଂରେଜ ସରକାରଙ୍କ ରାଜତ୍ୱ କାଳରେ ଭାରତବର୍ଷର ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାଧାରଣ ପ୍ରଜାମାନେ ବିଭିନ୍ନ ଭାବରେ ଶୋଷଣ ଓ ଅତ୍ୟାଚାରରେ ଜର୍ଜରିତ ହେଉଥିଲେ । ସେତେବେଳେ ଇଂରେଜ ସରକାର ତାଙ୍କର ଶାସନ ପ୍ରଣାଳୀକୁ ସରଳ କରିବା ଉଦ୍ଦେଶ୍ୟରେ ସମଗ୍ର ଓଡ଼ିଶାକୁ ଦୁଇ ଭାଗରେ ବିଭକ୍ତ କରି ମୋଗଲବନ୍ଦୀ ଏବଂ ଗଡ଼ଜାତ ଅଞ୍ଚଳ ଭାବେ ନାମିତ କରିଥିଲେ । ମୋଗଲବନ୍ଦୀ ଅଞ୍ଚଳଗୁଡ଼ିକରେ ଜମିଦାରମାନେ ଏବଂ ଗଡ଼ଜାତ ଅଞ୍ଚଳମାନଙ୍କରେ ରାଜାମାନେ ଶାସନ ନାମରେ ପ୍ରଜାମାନଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିଲେ । ଏହିସବୁ ଗଡ଼ଜାତ ଆନ୍ଦୋଳନ ମଧ୍ୟରୁ ୧୯୩୮ ମସିହାରେ ସଂଗଠିତ ହୋଇଥିବା ଢେଙ୍କାନାଳ ଗଡ଼ଜାତ ଆନ୍ଦୋଳନ ସେତେବେଳେ ସମଗ୍ର ଭାରତବର୍ଷରେ ଆଲୋଡ଼ନ ସୃଷ୍ଟି କରିଥିଲା । ଭାରତର ସ୍ୱାଧୀନତା ସଂଗ୍ରାମ ସ୍ରୋତରେ ଦେଶର ସର୍ବକନିଷ୍ଠ ଦେଶଭକ୍ତ ୧୨ ବର୍ଷର ବାଳକ ବାଜି ରାଉତ ତାଙ୍କ ଜୀବନକୁ ବାଜି ଲଗାଇ ଶହୀଦ ହୋଇଯାଇଥିଲେ ।

୧୯୨୬ ମସିହା ଅକେଫାବର ମାସ ୫ ତାରିଖ ଦିନ ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗ୍ରାମରେ ଏକ ଗରିବ ଖଣ୍ଡାୟତ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ଶହୀଦ ବାଜି ରାଉତ । ସର୍ବ କନିିଷ୍ଠ ବାଜି ରାଉତ ଥିଲେ ମୁକ୍ତି ସଂଗ୍ରାମର ଅନ୍ୟତମ ସଂଗ୍ରାମୀ ଓ ଗଡ଼ଜାତର ସୂର୍ଯ୍ୟ । ପଙ୍କରୁ ପଦ୍ମ ଜନ୍ମ୍ମ ନେଲା ପରି ଏକ ଅନ୍ଧାରୀ ମୁଲକରେ ଜନ୍ମ ହୋଇଥିଲେ ମଧ୍ୟ ସେ ସାରା ଜାତି ଓ ନିଜର ଜନ୍ମ୍ମଭୂମି ପାଇଁ ଜୀବନ ଉତ୍ସର୍ଗ କରି ଭବିଷ୍ୟତ ବଂଶଧରମାନଙ୍କ ନିିମନ୍ତେ ଏକ ପ୍ରେରଣାର ଉତ୍ସ ହୋଇ ରହିଗଲେ ।

ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଶହୀଦ ବାଜି ରାଉତଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ବିଧାନସଭା ପାଶ୍ୱର୍ସ୍ଥିତ ଶହୀଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ବିଧାୟକ ଶ୍ରୀ ବାବୁ ସିଂ ଓ ଶ୍ରୀ ଅନନ୍ତ ନାରାୟଣ ଜେନା, ସମାଜସେବୀ ଶ୍ରୀ ଜଗନ୍ନାଥ ପ୍ରଧାନ, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ର୍ଗୁର୍ବୀ ସିଂ ପ୍ରମୁଖ ଉପସ୍ଥିତ ରହି ଶହୀଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande