ସଡ଼କ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର
କୋରେଇ, ୬ ଅକ୍ଟୋବର (ହି.ସ.)- ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବ୍ରଜନଗର ନିକଟରେ ରବିବାର ବିଳମ୍ବିତ ରାତ୍ରୀରେ ଏକ ବାଇକ୍ ଆରୋହୀ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଗୁରୁତର ଭାବେ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଭଦ୍ରକରୁ ଭୁବନେଶ୍ୱର ଅଭିମୁଖେ ବାଇକ୍ ରେ ଜଣେ ଯୁବକ
ସଡ଼କ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର


କୋରେଇ, ୬ ଅକ୍ଟୋବର (ହି.ସ.)- ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବ୍ରଜନଗର ନିକଟରେ ରବିବାର ବିଳମ୍ବିତ ରାତ୍ରୀରେ ଏକ ବାଇକ୍ ଆରୋହୀ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଗୁରୁତର ଭାବେ ଆହତ ହୋଇଛନ୍ତି ।

ସୂଚନା ଅନୁଯାୟୀ, ଭଦ୍ରକରୁ ଭୁବନେଶ୍ୱର ଅଭିମୁଖେ ବାଇକ୍ ରେ ଜଣେ ଯୁବକ ଯାଉଥିଲେ । ହେଲେ ବ୍ରଜନଗର ନିକଟରେ କୌଣସି କାରଣରୁ ଭାରସାମ୍ୟ ହରାଇ ଡିଭାଇଡରେ ପିଟି ହୋଇଥିଲେ । ଘଟଣାସ୍ଥଳରେ ରାଜପଥ ପେଟ୍ରୋଲିଂ ଗାଡି ପହଂଚି ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଯାଜପୁର ମୁଖ୍ୟ ଚିକିତ୍ସାୟକୁ ପଠାଇଥିଲେ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande