ଭୁବନେଶ୍ୱର, ୬ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ତିନୋଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପୁରୀ ଜିଲ୍ଲାର ପୁରୀରେ ସର୍ବାଧିକ ୭୭.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୭୩.୦ ମି.ମି., ଗଜପତି ଜିଲ୍ଲାର ଗୋଷାଣିରେ ୭୦.୦ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୫୬.୪ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ୫୨.୦ ମି.ମି., କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ରେ ୪୨.୩ ମି.ମି., କେନ୍ଦୁଝର ଜିଲ୍ଲାର ଯୋଡ଼ାରେ ୪୦.୦ ମି.ମି., ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ୩୯.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ୩୮.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୩୬.୦ ମି.ମି., ପୁରୀ ଜିଲ୍ଲାର କାକଟପୁରରେ ୩୬.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୩୩.୦ ମି.ମି. ଏବଂ ସୋନପୁର ଜିଲ୍ଲାର ସୋନପୁରରେ ୩୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ