ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ
ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ)- ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ଦିନ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏହି ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ ଆସନ୍ତା ୧୩ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଅକ୍ଟୋବର ୨୦ରେ
ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ


ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ)- ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ଦିନ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏହି ଘୋଷଣା କରିଛନ୍ତି।

ଘୋଷଣା ଅନୁଯାୟୀ ଆସନ୍ତା ୧୩ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଅକ୍ଟୋବର ୨୦ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଥିବା ବେଳେ ଅକ୍ଟୋବର ୨୨ରେ ଯାଂଚ, ୨୪ ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ରହିଛି। ନଭେମ୍ବର ୧୧ରେ ମତଦାନ ପରେ ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର।

ଉଳ୍ଲେଖନୀୟ ଯେ ନୂଆପଡାର ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ରହିଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande