ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର, 6 ଅକ୍ଟୋବର (ହି.ସ.)ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯ
ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ପ୍ରକାର ର   ୩୫( ପଇଁତିରିଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :


ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ପ୍ରକାର ର   ୩୫( ପଇଁତିରିଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :


ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ପ୍ରକାର ର   ୩୫( ପଇଁତିରିଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :


ସୁବର୍ଣ୍ଣପୁର, 6 ଅକ୍ଟୋବର (ହି.ସ.)ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୩୫ ( ପଇଁତିରିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୫ ( ପଚିଶ ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ ( ଦଶ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ସୋନପୁର, ଶ୍ରୀ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ସୋନପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ନାୟକ. ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁର ଶ୍ରୀମତି ସୌମ୍ୟାରୂପା ରଥଙ୍କ ସମେତ ତହସିଲଦାର, ସୋନପୁର, ଶ୍ରୀମତି ଜି ରଶ୍ମିରେଖା, ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସମେତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande