ରାୟପୁର, ୦୬ ଅକ୍ଟୋବର
(ହି.ସ.)। ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାୟ ସୋମବାର ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି
ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ଏହା ବାଦ ସେ ଉପରାଷ୍ଟ୍ରପତି ନିବାସରେ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ
ସାୟ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ମାଧ୍ୟମରେ ଏହି
ସାକ୍ଷାତ ସମ୍ପର୍କିତ ସୂଚନା ଶେୟାର କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ