ଭୁବନେଶ୍ୱର, 6 ଅକ୍ଟୋବର (ହି.ସ.)- ଲୋକଙ୍କ ସରକାର, ଜନକଲ୍ୟାଣ ଓ ବିକାଶକୁ ସର୍ବଦା
ପ୍ରାଥମିକତା ଦେଇଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ନୂଆପଡ଼ା ଜିଲ୍ଲାରେ ୧,୧୦୦ କୋଟି ଟଙ୍କାରୁ ଅଧିକ
ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ
ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ।
ଏହି ପ୍ରକଳ୍ପ ଗୁଡ଼ିକ କୃଷି,
ଶିକ୍ଷା,
ସ୍ୱାସ୍ଥ୍ୟ
ଏବଂ ଗ୍ରାମ୍ୟ ଉନ୍ନୟନ ଭଳି କ୍ଷେତ୍ରରେ ବିପୁଳ ଅଭିବୃଦ୍ଧି ଆଣିବା ସହ ଉନ୍ନତ ସଂଯୋଗୀକରଣ,
ସ୍ଥାନୀୟ
ନିଯୁକ୍ତି ସୃଷ୍ଟି ଏବଂ ଜୀବନଧାରଣମାନର ଉନ୍ନତିକୁ
ସୁନିଶ୍ଚିତ କରିବ। ସର୍ବସ୍ପର୍ଶୀ ଓ ସମାବେଶୀ ବିକାଶ ସହ ଓଡ଼ିଶାର ଜନସାଧାରଣଙ୍କ ସେବା କରି
ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମ ସରକାର
ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା