କଟକ ସହରରେ ଆଉ ୨୪ ଘଂଟା ଯାଏଁ ଇଂଟରନେଟ୍ ବନ୍ଦ
ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ)- କଟକ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଂଟରନେଟ୍ ସେବାକୁ ବନ୍ଦ କରାଯାଇଛି ବୋଲି ସ୍ୱରାଷ୍ଟ୍ର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ନିକଟରେ କଟକ ସହରରେ ଦେଖାଯାଇଥିବା ଗଣ୍ଡଗୋଳ ପରିପ୍ରେକ୍ଷୀର
କଟକ ସହରରେ ଆଉ ୨୪ ଘଂଟା ଯାଏଁ ଇଂଟରନେଟ୍ ବନ୍ଦ


ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ)- କଟକ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଂଟରନେଟ୍ ସେବାକୁ ବନ୍ଦ କରାଯାଇଛି ବୋଲି ସ୍ୱରାଷ୍ଟ୍ର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ନିକଟରେ କଟକ ସହରରେ ଦେଖାଯାଇଥିବା ଗଣ୍ଡଗୋଳ ପରିପ୍ରେକ୍ଷୀରେ କଟକ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଅସାମାଜିକ ତତ୍ୱମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଂଟରନେଟ୍ ସେବା ବନ୍ଦର ପଦକ୍ଷେପ ନିଆଯାଇଛି । କଟକ ମହାନଗର ନିଗମ ଅଂଚଳ, ସିଡ଼ିଏ ଅଂଚଳ ଓ ୪୨ ମଉଜା ଅଂଚଳରେ ଏହି ପ୍ରତିବନ୍ଧ ଲାଗୁ କରାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande