ଭୁବନେଶ୍ୱର, 6 ଅକ୍ଟୋବର (ହି.ସ.)- ଗଣକବି ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ
ସାହିତ୍ୟିକ ତଥା ସମାଜ ସଂସ୍କାରକ ଗଣକବି ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି
ଜଣାଉଛି। ଓଡ଼ିଆ ସାହିତ୍ୟ, ସଂସ୍କୃତି ଓ ପରମ୍ପରା ପ୍ରତି ଉତ୍ସାହ
ସୃଷ୍ଟି କରିବା ସହ ଯାତ୍ରା ଏବଂ ଗୀତିନାଟ୍ୟରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବାରେ ତାଙ୍କର
ଯୋଗଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା