ମିଥ୍ୟା ପ୍ରଚାର କଲେ କାର୍ଯ୍ୟାନୁଷ୍ଠାନ- ଓଡ଼ିଶା ପୋଲିସ
ଭୁବନେଶ୍ୱର, 6 ଅକ୍ଟୋବର (ହି.ସ)- କଟକ ଘଟଣାରେ ଓଡ଼ିଶା ପୋଲିସ ପକ୍ଷରୁ ଆଡଭାଇଜରୀ ଜାରି ହୋଇଛି । ଓଡ଼ିଶା ପୋଲିସ ପକ୍ଷରୁ କୁହାଯାଇଛି ଯେ, ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ। ଏହା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାର
ମିଥ୍ୟା ପ୍ରଚାର କଲେ କାର୍ଯ୍ୟାନୁଷ୍ଠାନ- ଓଡ଼ିଶା ପୋଲିସ


ଭୁବନେଶ୍ୱର, 6 ଅକ୍ଟୋବର (ହି.ସ)- କଟକ

ଘଟଣାରେ ଓଡ଼ିଶା ପୋଲିସ ପକ୍ଷରୁ ଆଡଭାଇଜରୀ ଜାରି ହୋଇଛି । ଓଡ଼ିଶା ପୋଲିସ ପକ୍ଷରୁ କୁହାଯାଇଛି

ଯେ, ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ। ଏହା ସହ

ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ। ଯେଉଁମାନେ ମିଥ୍ୟା କିମ୍ବା ଭ୍ରାନ୍ତି

ସୂଚନା ପ୍ରଚାର ଓ ପ୍ରସାର କରୁଛନ୍ତି, ସେମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ

କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

କିଛି ବ୍ୟକ୍ତି ବିଶେଷ ମିଥ୍ୟା ଖବର ପ୍ରସ୍ତୁତ ଓ ପ୍ରଚାର କରି ସମାଜରେ ଅଶାନ୍ତିର ବାତାବରଣ

ସୃଷ୍ଟି କରୁଛନ୍ତି। ନାଗରିକମାନେ ସଚେତନ ରୁହନ୍ତୁ ଏବଂ କୌଣସି ପରିସ୍ଥିତିରେ ମଧ୍ୟ ମିଛ ଭିଡିଓ

କିମ୍ବା ସୋସିଆଲ ମିଡ଼ିଆ ପୋଷ୍ଟ ଉପରେ

ବିଶ୍ୱାସ କରନ୍ତୁ ନାହିଁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande