ଭୁବନେଶ୍ୱର, 8 ଅକ୍ଟୋବର (ହି.ସ.)- ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି
ଯେ, ଭୁବନେଶ୍ୱରର ଲୋକପ୍ରିୟ ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀଙ୍କୁ ଜନ୍ମଦିନ ଅବସରରେ
ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବାବା ଲିଙ୍ଗରାଜ ଆପଣଙ୍କୁ
ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ
କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା