କାଲି ଜନଜାତି ବିଧାୟକ ଏବଂ ସାଂସଦଙ୍କୁ ପ୍ରଶିକ୍ଷଣ ଶିବିର
ଭୁବନେଶ୍ୱର, 8 ଅକ୍ଟୋବର (ହି.ସ.)- ଆସନ୍ତାକାଲି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ ଜନଜାତି ବିଧାୟକ ଏବଂ ସାଂସଦଙ୍କୁ ପ୍ରଶିକ୍ଷଣ ଶିବିର । ଏଥିରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀଙ୍କ ସମେତ ସମସ୍ତ ଜନଜାତି ବିଧାୟକ ଏବଂ ସାଂସଦ । ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏ
କାଲି ଜନଜାତି ବିଧାୟକ ଏବଂ ସାଂସଦଙ୍କୁ ପ୍ରଶିକ୍ଷଣ ଶିବିର


ଭୁବନେଶ୍ୱର, 8 ଅକ୍ଟୋବର (ହି.ସ.)- ଆସନ୍ତାକାଲି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ ଜନଜାତି ବିଧାୟକ

ଏବଂ ସାଂସଦଙ୍କୁ ପ୍ରଶିକ୍ଷଣ ଶିବିର । ଏଥିରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀଙ୍କ ସମେତ ସମସ୍ତ

ଜନଜାତି ବିଧାୟକ ଏବଂ ସାଂସଦ । ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ ସନ୍ତୋଷ ଏବଂ ରାଷ୍ଟ୍ରୀୟ

ସଂଗଠକ ଭି ସତୀଶ ଯୋଗ ଦେଇ ଦେବେ ପ୍ରଶିକ୍ଷଣ । ଜନଜାତି ବିଧାୟକ, ସାଂସଦ ନିଜ ନିଜ ନିର୍ବାଚନ ମଣ୍ଡଳୀର କିଛି କିଛି ଗାଁ ପୌଷ୍ୟ ଭାବେ

ଗ୍ରହଣକରିବେ । ଜନଜାତି ବିଧାୟକ ଏବଂ ସାଂସଦ ୨୦

ରୁ ୨୫ ଗ୍ରାମକୁ ପୋସ୍ୟ ଭାବେ ଗ୍ରହଣ କରିବେ । ଏନେଇ ପ୍ରଶିକ୍ଷଣ ଶିବିରରେ ବିଧାୟକ ଏବଂ ସାଂସଦ

ମାନଙ୍କୁ ତାଲିମ ଦିଆଯିବ । ଏହା ପରେ ବିଜେପି ରାଜ୍ୟ କାର୍ଯ୍ୟଳୟରେ ବସିବ କୋର କମିଟି ବୈଠକ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande