କେନ୍ଦୁଝର, ୯ ଅକ୍ଟୋବର (ହି.ସ.)- ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଓ ସରସ୍ବତୀ ବିଦ୍ୟାମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କେନ୍ଦୁଝରଗଡ଼ ଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡଃ ବିମ୍ବାଧର ବେହେରା ଯୋଗଦେଇ ବିଦ୍ୟାଳୟରେ ସ୍ଥାପିତ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଓ ଶିଶୁମାନଙ୍କୁ ଗୋପବନ୍ଧୁଙ୍କ ଜୀବନଚରିତ ଉପରେ ଆଲୋକପାତ କରିଥିଲେ। ବିଦ୍ୟାଳୟ ପ୍ରଧାନାଚାର୍ଯ୍ୟ ଅଲେଖ ମହାନ୍ତ ସ୍ବାଗତ ଭାଷଣ ପ୍ରଦାନ ସହିତ ଅତିଥ୍ଙ୍କ ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଥୂବା ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ଗୁରୁଜୀ/ଗୁରୁମାଙ୍କ ଦ୍ବାରା ପୁଷ୍ପ ପ୍ରଦାନ କରାଯାଇଥିଲା। ଉକ୍ତ ଦିବସକୁ ସେବା ଦିବସ ଭାବରେ ବିଦ୍ୟାଳୟରେ ପାଳନ କରାଯାଇ ବିଦ୍ୟାଳୟ ପରିସରରେ ସଫେଇ କାର୍ଯ୍ୟ କରାଯାଇଥିଲା।
ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ/ଆଚାର୍ଯ୍ୟା ତଥା ଛାତ୍ର/ଛାତ୍ରୀ ମାନେ ଉପସ୍ଥିତ ଥିଲେ ।
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA