ଭୁବନେଶ୍ୱର, ୯ ଅକ୍ଟୋବର (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୧୦ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩, ୧୪ ଓ ୧୫ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ