
ଭୁବନେଶ୍ୱର, ୧ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ପରବର୍ତୀ ୪ ଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ