
ନୂଆଦିଲ୍ଲୀ, ୦୧ ନଭେମ୍ବର (ହି.ସ.) - ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଥିବା ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପାଇଁ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଆହତ ମାନଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୋକ ବାର୍ତାରେ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଥିବା ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଘଟିଥିବା ଦୁଃଖଦ ଘଟଣାରେ ଜୀବନ ଏବଂ ସମ୍ପତି କ୍ଷତି ବିଷୟରେ ଜାଣି ସେ ମର୍ମାହତ । ସେ ଶୋକ ସନ୍ତପ୍ତ ପରିବାରଙ୍କ ପ୍ରତି ଗଭୀର ସମବେଦନା ବ୍ୟକ୍ତି କରିବା ସହିତ ଆହତ ମାନଙ୍କ ଶୀଘ୍ର ଆରୋଗ୍ୟ କାମନା ପାଇଁ ପ୍ରାର୍ଥନା କରିଛନ୍ତି । ଉପରାଷ୍ଟ୍ରପତି କାଶିବୁଗା ମନ୍ଦିରରେ ଦଳାଚକଟାକୁ ଦୁଃଖଦ ବୋଲି ବର୍ଣ୍ଣନା କରିଛନ୍ତି । ସେ ଟ୍ୱିଟରରେ ଲେଖିଛନ୍ତି, ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର କାଶିବୁଗାରେ ଥିବା ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ହୋଇଥିବା ଦୁଃଖଦ ଦଳାଚକଟା ଯୋଗୁଁ ଅତ୍ୟନ୍ତ ମର୍ମାତହ ।
ଏହି ଦୁର୍ଭାଗ୍ୟଜନକ ଘଟଣାରେ ଜୀବନହାନି ଅତ୍ୟନ୍ତ ଦୁଃଖଦ । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଏବଂ ଆହତ ମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି ।
ଶୋକ ଏବଂ ସମବେଦନା ପ୍ରକାଶ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ମୃତକଙ୍କ ପରିବାରକୁ ଜାତୀୟ ରିଲିଫ ପାଣ୍ଠିରୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଅନୁକମ୍ପା ରାଶି ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦ ହଜାର ମିଳିବ ।
ହିନ୍ଦୁସ୍ଥାନ ସମାଚାର / ଭାନୁ ଚରଣ