ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧ ନଭେମ୍ବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କ
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧ ନଭେମ୍ବର (ହି.ସ.)- ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ପରବର୍ତୀ ୬ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande