ୱାର୍ଡକୁ ସ୍ଥାନାନ୍ତର ହେଲେ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର
ଭୁବନେଶ୍ୱର,୧୦ ନଭେମ୍ବର (ହି.ସ) - ଓଲିଉଡର ଜଣାଶୁଣା ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କୁ ସୋମବାର ଦିନ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି। ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ତାଙ୍କର ଭାଇଟାଲସ୍ ସ୍ଥିର ରହିଛି। ତାଙ୍କୁ ଭେଂଟିଲେରରୁ ବାହାର କରାଯାଇ ମେଡ
ୱାର୍ଡକୁ ସ୍ଥାନାନ୍ତର ହେଲେ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର


ଭୁବନେଶ୍ୱର,୧୦ ନଭେମ୍ବର (ହି.ସ) - ଓଲିଉଡର ଜଣାଶୁଣା ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କୁ ସୋମବାର ଦିନ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି। ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ତାଙ୍କର ଭାଇଟାଲସ୍ ସ୍ଥିର ରହିଛି। ତାଙ୍କୁ ଭେଂଟିଲେରରୁ ବାହାର କରାଯାଇ ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି।

ଉଲ୍ଲେଖଯୋଗ୍ୟ, ଅଭିଜିତ ଅଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତି ହୋଇଥିଲେ। ଅନେକ ଦିନରୁ ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ । ମାତ୍ର ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତି କରିଥିଲେ । ସେବେଠାରୁ ସେ କୋମାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ୱର ଏମ୍ସକୁ ଅଣାଯାଇଥିଲା। ସେଠାରେ ତାଙ୍କର ନିରନ୍ତର ଚିକିତ୍ସା ଚାଲିଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande