ଆଜି ପ୍ରଥମାଷ୍ଟମୀ
ଭୁବନେଶ୍ୱର, 12 ନଭେମ୍ବର (ହି.ସ.) - ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ଏହା ପାଳନ କରାଯାଏ I ଏହି ଦିନରେ ଘରର ପ୍ରଥମ ଜାତ ସନ୍ତାନଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ Iଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ
ଆଜି ପ୍ରଥମାଷ୍ଟମୀ


ଭୁବନେଶ୍ୱର, 12 ନଭେମ୍ବର (ହି.ସ.)

- ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ଏହା

ପାଳନ କରାଯାଏ I ଏହି ଦିନରେ ଘରର

ପ୍ରଥମ ଜାତ ସନ୍ତାନଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ Iଏହିଦିନ ପରିବାରର ଜ୍ୟେଷ୍ଠ

ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ

ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି ।

ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ

ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନକୁ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା

ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା'ମାନେ ତାଙ୍କୁ

ବନ୍ଦାପନା କରନ୍ତି । ଆଜି ଘରେ ଘରେ ଏଣ୍ଡୁରି ପିଠା ହୋଇଥାଏ । ଏହାକୁ ଠାକୁରଙ୍କ ପାଖରେ ଓ

ସନ୍ତାନ ନିକଟରେ ପୂଜା କରାଯାଏ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande