
ଭୁବନେଶ୍ୱର, ୧୩ ନଭେମ୍ବର (ହି.ସ.)- ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଆଜି ସକାଳେ ଘନ କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିଛି ।
ସେହିପରି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଆଜି ସକାଳେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷର ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ