ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ଫଳାଫଳ
ନୂଆପଡ଼ା, ୧୩ ନଭେମ୍ବର (ହି.ସ.)- ଆସନ୍ତାକାଲି ନୂଆପଡ଼ା ବିଧାନସଭା ଉପନିର୍ବାଚନ ଭୋଟ୍ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ । ୧୪ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଣ୍ଣୟ ହେବ । ତେବେ ସମସ୍ତଙ୍କ ନଜର ନୂଆପଡ଼ାରେ ପ୍ରମୁଖ ୩ ଦଳ ବିଜେଡି, କଂଗ୍ରେସ ଓ ବିଜେପି ମଧ୍ୟରେ ରହିଥିବା ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା
ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ଫଳାଫଳ


ନୂଆପଡ଼ା, ୧୩ ନଭେମ୍ବର (ହି.ସ.)- ଆସନ୍ତାକାଲି ନୂଆପଡ଼ା ବିଧାନସଭା ଉପନିର୍ବାଚନ ଭୋଟ୍ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ । ୧୪ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଣ୍ଣୟ ହେବ । ତେବେ ସମସ୍ତଙ୍କ ନଜର ନୂଆପଡ଼ାରେ ପ୍ରମୁଖ ୩ ଦଳ ବିଜେଡି, କଂଗ୍ରେସ ଓ ବିଜେପି ମଧ୍ୟରେ ରହିଥିବା ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତାର ଫଳାଫଳ କ’ଣ ହେବ । ଏହାକୁ କେବଳ ନୂଆପଡା ବାସୀ ନୁହଁନ୍ତି, ରାଜ୍ୟବାସୀ ଅତ୍ୟନ୍ତ ଉତ୍ସୁକତାର ସହିତ ଚାହିଁ ରହିଛନ୍ତି । ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ, କଂଗ୍ରେସରୁ ଘାସିରାମ ମାଝୀ ଓ ବିଜେପିରୁ ଜୟ ଢୋଲକିଆ ପ୍ରାର୍ଥୀ ହୋଇଛନ୍ତି । ନୂଆପଡ଼ା ନ୍ୟାସନାଲ କଲେଜ ସ୍ଥିତ ଷ୍ଟ୍ରଙ୍ଗ ରୁମ୍ ରେ କଡ଼ା ସୁରକ୍ଷା ମଧ୍ୟରେ ରଖାଯାଇଛି ଇଭିଏମ । ଏଠାରେ ସିସିଟିଭି ବ୍ୟବସ୍ଥା ମଧ୍ୟ କରାଯାଇଛି । ଆସନ୍ତା କାଲି ଭୋଟ୍ ଗଣତି କରାଯିବା ସହିତ ଫଳାଫଳ ଘୋଷଣା କରାଯିବ । ୨୬ ଗୋଟି ପର୍ଯ୍ୟାୟରେ ଏହି ଭୋଟ୍ ଗଣତି କରାଯିବ । ଭୋଟ୍ ଗଣତି ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଭୋଟ୍ ଗଣତି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି ।

ପ୍ରକାଶ ଥାଉକି, ନୂଆପଡ଼ାର ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖରେ ଦିନ ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande