୨୦ରୁ ଆରମ୍ଭ ହେବ ଖରିଫ ଧାନ କିଣା
ଭୁବନେଶ୍ୱର,୧୩ ନଭେମ୍ବର (ହି.ସ)- ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା। ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଆସନ୍ତା ୨୦ ତାରିଖରେ ବରଗଡ଼ ଜିଲ୍ଲାରୁ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ
୨୦ରୁ ଆରମ୍ଭ ହେବ ଖରିଫ ଧାନ କିଣା


ଭୁବନେଶ୍ୱର,୧୩ ନଭେମ୍ବର (ହି.ସ)- ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା। ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଆସନ୍ତା ୨୦ ତାରିଖରେ ବରଗଡ଼ ଜିଲ୍ଲାରୁ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତି ହୋଇଛି। ପ୍ରଥମ ପର୍ଯାୟରେ ୩୮ଟି ମଡେଲ ମଣ୍ଡି ହେବ ଏବଂ ଏଥିପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇସାରିଛି ବୋଲି କହିଛନ୍ତି ମନ୍ତ୍ର୍ରୀ ଶ୍ରୀ ବଳସାମନ୍ତ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande