
ଭୁବନେଶ୍ୱର,୧୩ ନଭେମ୍ବର (ହି.ସ)- ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେଉଥିବାବେଳେ ଏହି ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେଇ ଗୃହକୁ ସମ୍ବୋଧିତ କରିବେ ।
ଏହି ପରିପ୍ରେକ୍ଷୀରେ ଗୁରୁବାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ କିପରି ତ୍ରୁଟିଶୂନ୍ୟ ଓ ସଫଳତାର ସହ ସଂପନ୍ନ ହେବ ସେ ଉପରେ ବାଚସ୍ପତି ଗୁରୁତ୍ୱାରୋପ କରିଥିଲେ ଓ ଉପସ୍ଥିତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ ।
ଏହି ଅବସରରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ପୂର୍ତ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ ସିଂହ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ, ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ, ଓପିଟିସିଏଲ ସିଏମଡି ଭାସ୍କର ଜ୍ୟୋତି ଶର୍ମା, ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ରାଧାକୃଷ୍ଣ ଶର୍ମା, ଭୁବନେଶ୍ୱର-କଟକ ପୋଲିସ କମିଶନରଏସ୍. ଦେବ ଦତ୍ତ ସିଂହ, ଇେଂଟଲିଜେନ୍ସ ନିର୍ଦ୍ଦେଶକ ଆର. ପି କୋଚ୍ଚେ, ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ, ବିଏମ୍ସି କମିଶନର ଚଞ୍ଚଳ ରାଣା, ବିଧାନସଭାର ସଚିବ ସତ୍ୟବ୍ରତ ରାଉତଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା