ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କର ହେବ ସର୍ଭେ
ଭୁବନେଶ୍ୱର, 13 ନଭେମ୍ବର (ହି.ସ.)- ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କର ହେବ ସର୍ଭେ । ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି । ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ ଏଥିପାଇଁ ସେମାନଙ୍କୁ ୫୦୦
ରାଜ୍ୟରେ ଭିନ୍ନକ୍ଷମ     ଶିଶୁଙ୍କର ହେବ ସର୍ଭେ


ଭୁବନେଶ୍ୱର, 13 ନଭେମ୍ବର (ହି.ସ.)- ରାଜ୍ୟରେ

ଭିନ୍ନକ୍ଷମ ଶିଶୁଙ୍କର ହେବ ସର୍ଭେ । ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ

ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି । ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ

ଏଥିପାଇଁ ସେମାନଙ୍କୁ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ । ଜନ୍ମରୁ ୬ ବର୍ଷ

ମଧ୍ୟରେ ରହିଥିବା ଭିନ୍ନକ୍ଷମ ଶିଶୁଙ୍କର ସର୍ଭେ କରା‌ଯିବ । ଚିହ୍ନଟ ଶିଶୁଙ୍କୁ ଜାତୀୟ ଶିକ୍ଷା

ନୀତି ୨୦୨୦, ଆର୍‌ପିଡବ୍ଲୁଡି ଆକ୍ଟ ୨୦୧୬ ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରା‌ଯିବ । ସର୍ଭେ

ଠିକ୍ ଭାବେ ଭାବେ ହେଉଛି କି ନାହିଁ ତାକୁ ଅଧିକାରୀମାନେ ଯାଞ୍ଚ କରିବେ । ଏହି ସର୍ଭେ ପ୍ରକ୍ରିୟା ଆସନ୍ତା ୧ ମାସ ମଧ୍ୟରେ ଶେଷ

ହେବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande