ନିର୍ମାଣ କାର୍ଯ୍ୟକୁ ତ୍ୱରିତ ବେଗରେ ଆଗେଇ ନେବାକୁ ପୂର୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ
- ଓବିସିସିର ସମସ୍ତ କାର୍ଯ୍ୟ ଓସ୍ୱାସ୍ ଜରିଆରେ ହେବ ଭୁବନେଶ୍ୱର,୧୩ ନଭେମ୍ବର (ହି.ସ)- ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଗୁରୁବାର ଦିନ ପୂର୍ତ ବିଭାଗର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇ ଆଇନ, ପୂର୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରାଜ୍
ନିର୍ମାଣ କାର୍ଯ୍ୟକୁ ତ୍ୱରିତ ବେଗରେ ଆଗେଇ ନେବାକୁ ପୂର୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ


- ଓବିସିସିର ସମସ୍ତ କାର୍ଯ୍ୟ ଓସ୍ୱାସ୍ ଜରିଆରେ ହେବ

ଭୁବନେଶ୍ୱର,୧୩ ନଭେମ୍ବର (ହି.ସ)- ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଗୁରୁବାର ଦିନ ପୂର୍ତ ବିଭାଗର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇ ଆଇନ, ପୂର୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରାଜ୍ୟରେ ଥିବା ବିଭିନ୍ନ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସହ କୋରାପୁଟ ବାଇପାସ୍‌, ଜୁନାଗଡ଼ ବାଇପାସ୍‌, ରାଉରକେଲା ବାଇପାସ୍‌, ନୂଆପଡ଼ା ବାଇପାସ୍‌, ଆସ୍କା ବାଇପାସ୍‌, ଜଗତସିଂପୁର ଜିଲ୍ଲା ଅନ୍ତର୍ଗତ ଓଏମ୍‌ପି-କନ୍ଦରପୁର-ପାରାଦ୍ୱୀପ ଆଦି ରାସ୍ତା ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା କରିଥିଲେ ।

ସେହିପରି ଭୁବନେଶ୍ୱର ସହରର ଭିଡ଼ ନିୟନ୍ତ୍ରଣ ପାଇଁ ଜୟଦେବ ବିହାରଠାରୁ ନନ୍ଦନକାନନରେ ରାସ୍ତାର ପ୍ରଶସ୍ତିକରଣ ଓ ଉଭୟ ପଟରେ ସମାନ୍ତରାଳ ରାସ୍ତା ନିର୍ମାଣ ଏବଂ ସଂଯୋଗୀକରଣ ରାସ୍ତା, ଏମସ୍‌କୁ ଯାଇଥିବା ରାସ୍ତାର ଉନ୍ନତି ଓ ପ୍ରଶସ୍ତିକରଣ, ଖଣ୍ଡଗିରି-ଜାଗମରା ଏଲିଭେଟେଡ୍‌? ରାସ୍ତା ଏବଂ କଳ୍ପନା ଛକରେ ଆଧୁନିକ ଏଲିଭେଟେଡ୍ ରାସ୍ତା ସହ ଏ.ଜି ଛକରେ ଟ୍ରାଫିକ୍ ସମସ୍ୟା ହ୍ରାସ ପାଇଁ ଦୁଇ ଥାକିଆ ରାସ୍ତାର ପରିକଳ୍ପନା ନେଇ ବୈଠକରେ ଆଲୋଚନା ହୋଇଥିଲା । ଏଥି ସହିତ ପୁରୀର ବିଭିନ୍ନ ରାସ୍ତା, କୋଠାବାଡ଼ି, ଧର୍ମଶାଳା, ପାଠାଗାର ଏବଂ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ମନ୍ତ୍ରୀ ସମୀକ୍ଷା କରିବା ସହ ସମସ୍ତ ନିର୍ମାଣ କାର୍ଯ୍ୟକୁ ଅତିଶୀଘ୍ର ସମାପ୍ତ କରିବା ନେଇ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏଥି ସହିତ ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ଡିଭିଜନ୍ ସ୍ତରରେ ବିଭିନ୍ନ ସରକାରୀ ବିଧି ବ୍ୟବସ୍ଥାକୁ ତ୍ୱରିତ କରିବା ପାଇଁ ସମସ୍ତ କାର୍ଯ୍ୟ ଓସ୍ୱାସ୍ ଅନ୍‌ଲାଇନ୍ ପ୍ଲାଟ୍‌ଫର୍ମ ଜରିଆରେ କରିବା ପାଇଁ ବୈଠକରେ ନିଷ୍ପତି ହୋଇଛି । ଏହି କ୍ରମରେ ଆଜିଠାରୁ ଓବିସିସିର ସମସ୍ତ ସରକାରୀ କାର୍ଯ୍ୟ ଓସ୍ୱାସ୍ ମାଧ୍ୟମରେ ହେବା ନେଇ ଶୁଭାରମ୍ଭ ହୋଇଛି ।

ଏହି ବୈଠକରେ ପୂର୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ, ପୂର୍ତ ବିଭାଗର ଇଆଇସି(ସିଭିଲ୍‌) ତଥା ସ୍ୱତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ପାଢ଼ି, ଇଆଇସି (ସିଭିଲ୍‌) ଇଂ ସତ୍ୟବ୍ରତ ବେହେରା, ଓବିସିସିର ପରିଚାଳନା ନିର୍ଦ୍ଦେଶକ ସମୀର ହୋତା,ପୂର୍ତ ବିଭାଗର ମୁଖ୍ୟ ଯନ୍ତ୍ରୀ (ରାସ୍ତା-୧) ଇଂ ଧ୍ୟାନଚାନ୍ଦ ନାୟକ, ମୁଖ୍ୟଯନ୍ତ୍ରୀ (ବିଲ୍‌ଡିଂ-୧) ଇଂ ପ୍ରିୟବ୍ରତ ସାମନ୍ତରାୟ, ମୁଖ୍ୟ ଯନ୍ତ୍ରୀ(ରାସ୍ତା -୨) ଇଂ ଶିବବ୍ରତ ତରିଆ,ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟର ଆଂଚଳିକ ଅଧିକାରୀ ସୁନିଲ କୁମାର,ଭୁବନେଶ୍ୱର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଇଂ ମନୋଜ ମହାନନ୍ଦଙ୍କ ସହ ଏନ୍‌ଏଚ୍‌ଏଆଇର ବରିଷ୍ଠ ଅଧିକାରୀ ଏବଂ ଅନ୍ୟ ବରିଷ୍ଠ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande