ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୨୮ ହଜାର ୮୮୮ ଭୋଟ୍ ରେ ଆଗୁଆ
ନୂଆପଡ଼ା, ୧୪ ନଭେମ୍ବର (ହି.ସ.)- ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି । ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୪୧ ହଜାର ୫୨୦ ଭୋଟ୍ ପାଇ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଠାରୁ ୨୮ ହଜାର ୮୮୮ ଭୋଟ୍ ରେ ଆଗୁଆ ଅଛନ୍ତି ।
ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୨୮ ହଜାର ୮୮୮ ଭୋଟ୍ ରେ ଆଗୁଆ


ନୂଆପଡ଼ା, ୧୪ ନଭେମ୍ବର (ହି.ସ.)- ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି । ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୪୧ ହଜାର ୫୨୦ ଭୋଟ୍ ପାଇ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଠାରୁ ୨୮ ହଜାର ୮୮୮ ଭୋଟ୍ ରେ ଆଗୁଆ ଅଛନ୍ତି । ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୧୨ ହଜାର ୬୩୨ ଭୋଟ୍ ପାଇ ଦ୍ୱିତୀୟ ସ୍ଥାନରେ ଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୧୦ ହଜାର ୬୪୯ ଭୋଟ୍ ପାଇ ଦୌଡ଼ର ତୃତୀୟ ସ୍ଥାନରେ ରହିଛନ୍ତି । ଭୋଟ୍ ଗଣତି ଜାରି ରହିଥିବା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ୨୬ ଗୋଟି ପର୍ଯ୍ୟାୟରେ ଏହି ଭୋଟ୍ ଗଣତି କରାଯିବ । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande