
ନୂଆପଡ଼ା, ୧୪ ନଭେମ୍ବର (ହି.ସ.)- ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି । ୧୭ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୮୩ ହଜାର ୫୭୨ ଭୋଟ୍ ପାଇ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଠାରୁ ୫୬ ହଜାର ୮୧୯ ଭୋଟ୍ ରେ ଆଗୁଆ ଅଛନ୍ତି ।
କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୬ ହଜାର ୭୫୩ ଭୋଟ୍ ପାଇ ଦୌଡ଼ର ଦ୍ୱିତୀୟ ସ୍ଥାନରେ ଥିବାବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୨୬ ହଜାର ୨୦୩ ଭୋଟ୍ ପାଇ ତୃତୀୟ ସ୍ଥାନରେ ରହିଛନ୍ତି । ଭୋଟ୍ ଗଣତି ଜାରି ରହିଥିବା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ୨୬ଟି ପର୍ଯ୍ୟାୟରେ ଏହି ଭୋଟ୍ ଗଣତି କରାଯିବ । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ