

ବଲାଙ୍ଗିର, ୧୪ ନଭେମ୍ବର (ହି.ସ.)- ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଶିଶୁ ଦିବସ ଓ ଚଳିତ ଶିକ୍ଷା ବର୍ଷର ପୋଷାକ ବିତରଣ ଉତ୍ସବ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏନଏସି ତୁଷୁରାର ଉପାଧ୍ୟକ୍ଷା ମାମି ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁ ମାନଙ୍କୁ ଆଶୀର୍ବଚନ ପ୍ରଦାନ କରିବା ସହ ନୂତନ ପୋଷାକ ବଣ୍ଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ସିଆର୍ସିସି ଜଗମୋହନ ତ୍ରିପାଠୀ ଯୋଗଦେଇ ଶିଶୁ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ପୋଷାକ ବଣ୍ଟନ କରିଥିଲେ। ବିଦ୍ୟାଳୟ ପରିଚାଳନା ସମିତିର ଉପ-ସଭାପତି ଜନନୀ ଧରୁଆ ଓ ବରିଷ୍ଠ ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ ମଞ୍ଚାସୀନ ଥିଲେ। ଶିକ୍ଷୟିତ୍ରୀ ରଞ୍ଜିତା ନାଗ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ଶିକ୍ଷୟିତ୍ରୀ ବିନ୍ଦୁ ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷୟିତ୍ରୀ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ।
ଏଥିରେ ପରିଚାଳନା ସମିତିର ସଦସ୍ୟ ସଦସ୍ୟା ଓ ଅଭିଭାବକ ଅଭିଭାବିକା ଯୋଗ ଦେଇଥିଲେ। ଶିଶୁ ଦିବସ ଅବସରରେ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷୟିତ୍ରୀ ମାନଙ୍କ ତରଫରୁ ଶିଶୁ ମାନଙ୍କୁ ମଧ୍ୟାହ୍ନ ଭୋଜନ ସହ ମିଷ୍ଟାନ୍ନ ବଣ୍ଟନ କରଯାଇଥିଲା ।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ