
ନୂଆପଡ଼ା, ୧୪ ନଭେମ୍ବର (ହି.ସ.)- ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଶେଷ ହୋଇଥିବା ବେଳେ ବାଜିମାତ୍ କରିଛି ବିଜେପି । ବିଜୟୀ ହୋଇଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ୨୯ ରାଉଣ୍ଡ ଭୋଟ୍ ଗଣତି ଶେଷ ସୁଦ୍ଧା ଜୟ ଢୋଲକିଆ ୧ ଲକ୍ଷ ୨୩ ହଜାର ୮୬୯ ଭୋଟ୍ ପାଇ ବିଜୟୀ ହୋଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୪୦ ହଜାର ୧୨୧ ଭୋଟ୍ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ଜୟ ଢୋଲକିଆ ଘାସିରାମ ମାଝୀଙ୍କୁ ୮୩ ହଜାର ୭୪୮ ଭୋଟ୍ ରେ ପରାସ୍ତ କରିଛନ୍ତି । ସେହିପରି ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ୩୮ ହଜାର ୪୦୮ ଭୋଟ୍ ପାଇ ତୃତୀୟ ସ୍ଥାନରେ ରହିଥିବା ନେଇ ଜିଲ୍ଲା ନିର୍ବାଚନ ଅଧିକାରୀ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ