ନୂଆପଡା ଦଖଲ କଲା ବିଜେପି
ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ)- ବିଜେପି ହାତକୁ ଆସିଛି ନୂଆପଡା ଆସନ। ନୂଆପଡ଼ା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ମତଗଣନା ଶେଷ ହୋଇଛି। ଭୋଟ୍ ଗଣତି ପରେ ନୂଆପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ବାଜି ମାରିଛି। ବିଜେପି ପ୍ରାର୍ଥୀ ଜୟ ଢେଢାଲକିଆ ବଡ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି । ଜୟ ଢୋ
ନୂଆପଡା ଦଖଲ କଲା ବିଜେପି


ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ)- ବିଜେପି ହାତକୁ ଆସିଛି ନୂଆପଡା ଆସନ। ନୂଆପଡ଼ା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ମତଗଣନା ଶେଷ ହୋଇଛି। ଭୋଟ୍ ଗଣତି ପରେ ନୂଆପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ବାଜି ମାରିଛି। ବିଜେପି ପ୍ରାର୍ଥୀ ଜୟ ଢେଢାଲକିଆ ବଡ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି । ଜୟ ଢୋଲକିଆ ୧, ୨୩, ୮୬୯ ଖଣ୍ଡ ଭୋଟ୍ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୪୦,୧୨୧ ଖଣ୍ଡ ଭୋଟ୍ ମିଳିଛି। ଅର୍ଥାତ ଜୟ ଢୋଲକିଆ ୮୩,୭୪୮ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଓ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ବିଜୟ ପାଇଁ ଆଶା ରଖିଥିଲେ ମଧ୍ୟ ସେମାନଙ୍କୁ ଜନତା ଗ୍ରହଣ କରିନାହାନ୍ତି। ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ୩୮,୪୦୮ ଭୋଟ୍ ସହ ତୃତୀୟ ସ୍ଥାନରେ ରହିଛନ୍ତତି। ତେବେ ନିର୍ବାଚନ କମିସନ ପକ୍ଷରୁ ନୂଆପଡ଼ା ନିର୍ବାଚନ ନେଇ ଆନୁଷ୍ଠାନିକ ଭାବେ ଘୋଷଣା ବାକି ଅଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande