କଂଗ୍ରେସ ପକ୍ଷରୁ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ନେତୃବୃନ୍ଦ ମାଷ୍ଟରକ୍ୟାଂଟିନ ଛକସ୍ଥିତ ନେହେରୁ ପ
କଂଗ୍ରେସ ପକ୍ଷରୁ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ପାଳିତ


ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ନେତୃବୃନ୍ଦ ମାଷ୍ଟରକ୍ୟାଂଟିନ ଛକସ୍ଥିତ ନେହେରୁ ପାର୍କରେ ଥିବା ପଣ୍ଡିତ ଜବାହରଲାଲ ନେହେରୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ ପରିସରରେ ଥିବା ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଶ୍ରୀକାନ୍ତ ଜେନା, ରାମଚନ୍ଦ୍ର ଖୁଂଟିଆ, ଶିବାନନ୍ଦ ରାୟ, ସୁରେଶ କୁମାର ରାଉତରାୟ, ଲଲାଟେନ୍ଦୁ ମହାପାତ୍ର, ଶୁଭେନ୍ଦୁ ମହାନ୍ତି, କିଶୋର ଜେନା, ଦେବାଶିଷ ପଟ୍ଟନାୟକ, ପ୍ରକାଶ ଜେନା, କୃଷ୍ଣଚନ୍ଦ୍ର ଶଗରିଆ ପ୍ରମୁଖ ବହୁ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande